Masthead

ବଢୁଛି ନିର୍ବାଚନୀ ତାତି

ତିର୍ତ୍ତୋଲ, (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଉଷ୍ମତା ମଧ୍ୟ ସେତେ ମାତ୍ରାରେ ବଢୁଛି। ଏହା ସହ ତାଳ ଦେଇ ତୀବ୍ର ହେଉଛି ଅସନ୍ତୁଷ୍ଟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ। ନିର୍ବାଚନ ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ରଙ୍କ ଗାଡ଼ି ଭଙ୍ଗାରୁଜା ହୋଇଥିବା ଅଭିଯୋଗ ଆସିଛି। ଘଟଣା ଅନୁଯାୟୀ, ତିର୍ତ୍ତୋଲ ଆନନ୍ଦ ମଣ୍ଡପ ବିଜେପି ନିର୍ବାଚନୀ କାର୍ୟ୍ୟାଳୟ ସମ୍ମୁଖରେ ଚିଣ୍ଟୁ ମହାପାତ୍ର ନାମକ ଜଣେ ଯୁବକ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ବିଜେପି ନେତାଙ୍କ ଗାଡ଼ି ଭଙ୍ଗାରୁଜା କରି ସେଠାରୁ ଫେରାର ହୋଇଯାଇଥିଲେ।

ଏହି ଘଟଣାକୁ ନେଇ ବିଜେପି ନେତା ସୁବ୍ରତ ଦାସ ତିର୍ତ୍ତୋଲ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଆଇପିସଲି ଧାରା ୪୩୯, ୨୯୪, ୫୦୬ ଏବଂ ୯୪ ଅନୁସାରେ ଏକ ମାମଲା (ନଂ-୩୬୮/୨୦) ରୁଜୁ କରିଛି। ଅଭିଯୁକ୍ତ ଚିଣ୍ଟୁ ମହାପାତ୍ରଙ୍କୁ ଗିରଫ କରାଯାଇଛି। ଆଜି ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟ ପରୀକ୍ଷା ପରେ ଚିଣ୍ଟୁଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି। ସୂଚନା ମୁତାବକ, ଚିଣ୍ଟୁ ହେଉଛନ୍ତି ଜଣେ ଅସନ୍ତୁଷ୍ଟ ବିଜେପି କର୍ମୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ