୫ ଦଫା ଦାବି ନେଇ ଜଳ ସମ୍ପଦ କାର୍ଯ୍ୟାଳୟ ଘେରିଲେ ତିର୍ତ୍ତୋଲ କଂଗ୍ରେସ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ଦୀର୍ଘ ଦିନ ଧରି ଲାଗିରହିଥିବା ଡ୍ରେନେଜ୍ ସମସ୍ୟାକୁ ନେଇ ଜଳ ସମ୍ପଦ କାର୍ଯ୍ୟାଳୟ ଘେରିଲେ ତିର୍ତୋଲ କଂଗ୍ରେସ। ସୂଚନା ଅନୁସାରେ ତିର୍ତୋଲ ନିର୍ବାଚନ ମଣ୍ଡଳୀ ଦେଇ ହଂସୁଆ ନଦୀ ପ୍ରଭାବିତ ହୋଇଅଛି। କିନ୍ତୁ ଦୁଃଖର ବିଷୟ ଏହି ନଦୀର ସଜ୍ୟା ଖନନ, ବନ୍ଧ ସୁଦୃଢୀକରଣ, ସଫେଇ, ଜଳ ନିଷ୍କାସନ ଓ ପ୍ରତେକ ବର୍ଷ ଧୋଇ ଯାଉଥିବା ଫସଲ ନିମନ୍ତେ କ୍ଷତିପୂରଣ ପ୍ରଦାନ କରିବା ପାଇଁ ଦିର୍ଘଦିନ ଧରି ତିର୍ତୋଲ କଂଗ୍ରେସ ପ୍ରସାଶନିକ ଅଧିକାରୀଙ୍କ ଠାରୁ ଆରମ୍ଭ କରି ୫ଟି ଅଧ୍ୟକ୍ଷଙ୍କୁ ଦାବିପତ୍ର ମଧ୍ୟ ପ୍ରଦାନ କରିଥିଲେ।

ଆଠ ମାସ ବିତି ଯାଇଥିଲେ ମଧ୍ୟ କେହି ଚାଷୀ ମାନଙ୍କର ଦୁଃଖ ଦୁର୍ଦ୍ଦଶା ନ ବୁଝିବାରୁ ଆଜି ବାଧ୍ୟ ହୋଇ ତିର୍ତୋଲ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛି। ଏହି ଆନ୍ଦୋଳନରେ ଜିଲ୍ଲା ସଭାପତି ନଟବର ବାରିକଙ୍କ ଠାରୁ ଆରମ୍ଭ କରି ଜିଲ୍ଲାର ବରିଷ୍ଠ ନେତା ମାନେ ଏହି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ତା ସହିତ  ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ  ୫ ଦଫା  ଦାବିପତ୍ର ପ୍ରଦାନ କରିଛନ୍ତି। ଯଦି ଏହି ଦାବି ଉପରେ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନିଅନ୍ତି ତେବେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’