Masthead

ତିର୍ତ୍ତୋଲରେ ବିଜେଡି ଆଗୁଆ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ଉପ ନିର୍ବାଚନ ଭୋଟ ଗଣତି ଜଗତସିଂହପୁର ଏସଭିଏମ କଲେଜରେ ଚାଲିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ଏସଭିଏମ କଲେଜ ଷ୍ଟ୍ରଙ୍ଗ ରୁମ ଥିବା ୩୭୩ ବୁଥର ସମସ୍ତ ଇଭିଏମକୁ ସିଲ କରାଯାଇ କଡା ସୁରକ୍ଷା ଭିତରେ ରଖାଯାଇଥିଲା । ସକାଳ ୮ଟାରେ ଇଭିଏମଗୁଡିକୁ ଷ୍ଟ୍ରଙ୍ଗ ରୁମରୁ ବାହାର କରାଯାଇ ଗଣତି କରାଯାଉଛି । ଏହି ଭୋଟ ଗଣତି କାର୍ୟ୍ୟ ପାଇଁ ୨ଟି ହଲ ରେ ୧୪ ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ପୋଷ୍ଟାଲ ବାଲଟ ଗୋଟିଏ ହଲରେ ଗଣତି କରାଯାଇଥିଲା । ୭୦ଜଣ କର୍ମଚାରୀ ଭୋଟ ଗଣତି କରୁଛନ୍ତି । କଡା ସୁରକ୍ଷା ବ୍ୟବସ୍ଥା ଭିତରେ କରୋନା ନିୟମ ଅନୁସାରେ ଭୋଟ ଗଣତି କରାଯାଉଛି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗରେ ରହିଛି । ବିଜେଡି ୩୮୫୨ ଭୋଟ ପାଇଥିବା ବେଳେ ବିଜେପି ୨୭୭୪, କଂଗ୍ରେସ ୪୪୨ ଓ ସିପିଆଇକୁ ମିଳିଛି ୬୨ ଭୋଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ