Masthead

ଟିଟିଲାଗଡ଼ରେ ମାହାଙ୍ଗା ତାତି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ଟିଟିଲାଗଡରେ ମାହାଙ୍ଗା ତାତି । ମାହାଙ୍ଗା ବ୍ଲକର ପୂର୍ବତନ ଅଧକ୍ଷ୍ୟ ତଥା ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଜଘନ୍ୟ ଭାବରେ ହତ୍ୟା କରାଯିବା ଘଟଣାକୁ ଟିଟିଲାଗଡ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ପକ୍ଷରୁ ତୀବ୍ର ନିନ୍ଦା କରିବା ସହ ଟିଟିଲାଗଡ ଥାନା ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହି ମାମଲାରେ ସଂପୃକ୍ତ ଥିବା ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ବହିଷ୍କାର ତଥା ସମ୍ପୂର୍କ୍ତ ଥିବା ବ୍ୟକ୍ତି ମାନଙ୍କୁ ଗିରଫ କରି କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବି କରା ଯାଇଛି। ସ୍ଥାନୀୟ ବିଜେପି ଯୁବନେତା ନୃସିଂ ସିଂଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ମନ୍ତ୍ରୀଙ୍କ କୁଶପୁତଳିକା ଦାହ କରାଯାଇଥିଲା। ବିକ୍ଷୋଭ ସଭାରେ ଅନ୍ୟମାନଙ୍କ ମଧ୍ୟରେ ପବିତ୍ର ସାହୁ,ପ୍ରତୀକ ମହାପାତ୍ର, ପ୍ରଶାନ୍ତ ଷଡଙ୍ଗୀ, ଅଶୋକ ଭୋଇ, ରାଜୁ ଅଗ୍ରୱାଲ, ଶରତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ