Masthead

ପଶ୍ଚିମବଙ୍ଗ କୁଚବିହାରରେ ବିଜେପି-ଟିଏମ୍‌ସି ମୁହାଁମୁହିଁ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ କୁଚବିହାରରେ ବିଜେପି ଓ ଟିଏମସି କର୍ମୀ ମୁହାଁମୁହିଁ । ଦିନହାଟାରେ କେନ୍ଦ୍ରମନ୍ତ୍ରୀ ତଥା କୁଚବିହାରରୁ ବିଜେପିର ଲୋକସଭା ପ୍ରାର୍ଥୀ ନିଶୀଥ ପ୍ରମାଣିକଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଟିଏମସି ନେତା ଉଦୟନ ଗୁହର ଦିନହାଟା ପୌରାଧ୍ୟକ୍ଷ ଗୌରୀଶଙ୍କର ମାହେଶ୍ୱରୀଙ୍କ ଘରୁ ଏକ ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ ।

ସେଠାରୁ ଫେରିବା ସମୟରେ ବିପରୀତ ଦିଗରୁ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ଆସୁଥିଲା। ଏହି ସମୟରେ କୌଣସି କାରଣରୁ ଉଭୟ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଟିଏମ୍‌ସି କର୍ମୀ ନିଶୀଥ ପ୍ରମାଣିକଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ କରିଥିଲେ। ଏଥିଯୋଗୁ ଘଟଣା ସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଲାଠି ଚାର୍ଜ କରିଥିଲା। ସଂଘର୍ଷରେ ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ କିଛି ଜଣ ଦଳୀୟ କର୍ମୀ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ