ପଶ୍ଚିମବଙ୍ଗ କୁଚବିହାରରେ ବିଜେପି-ଟିଏମ୍‌ସି ମୁହାଁମୁହିଁ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ କୁଚବିହାରରେ ବିଜେପି ଓ ଟିଏମସି କର୍ମୀ ମୁହାଁମୁହିଁ । ଦିନହାଟାରେ କେନ୍ଦ୍ରମନ୍ତ୍ରୀ ତଥା କୁଚବିହାରରୁ ବିଜେପିର ଲୋକସଭା ପ୍ରାର୍ଥୀ ନିଶୀଥ ପ୍ରମାଣିକଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଟିଏମସି ନେତା ଉଦୟନ ଗୁହର ଦିନହାଟା ପୌରାଧ୍ୟକ୍ଷ ଗୌରୀଶଙ୍କର ମାହେଶ୍ୱରୀଙ୍କ ଘରୁ ଏକ ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ ।

ସେଠାରୁ ଫେରିବା ସମୟରେ ବିପରୀତ ଦିଗରୁ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ଆସୁଥିଲା। ଏହି ସମୟରେ କୌଣସି କାରଣରୁ ଉଭୟ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଟିଏମ୍‌ସି କର୍ମୀ ନିଶୀଥ ପ୍ରମାଣିକଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ କରିଥିଲେ। ଏଥିଯୋଗୁ ଘଟଣା ସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଲାଠି ଚାର୍ଜ କରିଥିଲା। ସଂଘର୍ଷରେ ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ କିଛି ଜଣ ଦଳୀୟ କର୍ମୀ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ