Masthead

ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୬ ଓ ୨୭ ତାରିଖ ରାଜ୍ୟରେ  ପ୍ରବଳ ବର୍ଷା ହେବ । ୨୬ରେ ଲଘୁଚାପ ପ୍ରଭାବରେ କୋରାପୁଟ ଓ  ରାୟଗଡ଼ାରେ ଅତିପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୨୭ରେ ମଧ୍ୟ  ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । କିନ୍ତୁ ୨୮ ତାରିଖରୁ ବର୍ଷା ନାହିଁ ବୋଲି  ପୂର୍ବାନୁମାନ ଦିଆଯାଇଛି । ଗୁରୁବାର ଲଘୁଚାପ ସୃଷ୍ଟି ହେବ ।

ଏହା ପ୍ରଭାବରେ  ଦକ୍ଷିଣ ଓଡ଼ିଶାର ବହୁ ଜିଲ୍ଲାରେ ଭାରୀ ବର୍ଷା ଆଶଙ୍କା ଅଛି ।  କୋରାପୁଟ, ରାୟଗଡ଼ା, ଗଜପତି, ମାଲକାନଗିରିରେ ପ୍ରବଳ ବର୍ଷା  ହୋଇପାରେ । ୨୬ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା,  ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ବାଲେଶ୍ୱରରେ ପ୍ରବଳ ବର୍ଷା  ହୋଇପାରେ । ୪୦ରୁ  ୫୦ କିମି ବେଗରେ  ପବନ ବହିବା ସହ  ପବନର ଝଟ୍‌କା  ୬୦କିମି ଛୁଇଁପାରେ ।  ମୟୂରଭଞ୍ଜକୁ ଅଧିକ ବର୍ଷା ଅଛି । ଆଭ୍ୟନ୍ତରୀଣ ଓଡି଼ଶା ଓ ଉପକୂଳ  ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୨୭ ତାରିଖରେ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ  ଓଡ଼ିଶାରେ ପ୍ରବଳ ବର୍ଷିବ ।  ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ୨୮ ତାରିଖ ଯାଏଁ ଗଭୀର ସମୁଦ୍ରକୂ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି