Masthead

ଆଜି ସରଗରମ ହୋଇପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବିଧାନସଭାର ଆଜି ଦ୍ୱିତୀୟ ଦିନ । ସରଗରମ ହେବ ଶୀତ ଅଧିବେଶନ । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ଜବାବ ରଖିବ ସରକାରୀ ଦଳ । କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି ।

ଏହାଛଡା ବିଧାୟକମାନେ ମଧ୍ୟ ଭିନ୍ନ ପ୍ରଶ୍ନ ପଚାରିପାରିବେ । ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ଗୃହରେ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇବେ । ବିଜେପି ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଣିବାର ସମ୍ଭାବନା ରହିଛି । ଗତକାଲିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ । ଗତକାଲି ଶୋକପ୍ରସ୍ତାବ ପରେ ମୁଲତବୀ ରହିଛି ଗୃହକାର୍ଯ୍ୟ । ଏହି ଶୀତ ଅଧିବେଶନ ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ୩୦ଟି କାର୍ୟ୍ୟ ଦିବସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର