Masthead

ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି । ଏହି ନୀତି ଦତ୍ତ ମହାପାତ୍ର ସେବକମାନେ ସମ୍ପାଦନା କରିଥାନ୍ତି । ହେଙ୍ଗୁଳ, ହରତାଳ, କସ୍ତୁରୀ, କେଶର ଆଦି ଦ୍ରବ୍ୟରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ଏହି ନୀତି ସମ୍ପାଦନା ପରେ ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହେବ ।

ପରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନ ଉପରେ ବିରାଜମାନ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ଲାଭ କରିପାରିବେ। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ । ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି