Masthead

ଆଜି କରୋନା ମୃତ୍ୟୁର ରେକର୍ଡ ସୃଷ୍ଟି କରିଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହାର କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ କୌଣସି ସୁଧାର ଆସିପାରିନାହିଁ । ଧିରେ ଧିରେ କମିବାର ଲାଗିଛି ସଂକ୍ରମଣ ସଂଖ୍ୟା । କିନ୍ତୁ ସୋମବାର କରୋନା ମୃତ୍ୟୁର ରେକର୍ଡ ସୃଷ୍ଟି କରିଛି । ପ୍ରଥମ ଥର ପାଇଁ ଗୋଟିଏ ଦିନରେ ସର୍ବାଧିକ ୫୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ରହିଛି ୪୨୪୮କୁ ବୃଦ୍ଧ ପାଇଛି । ସେପଟେ ୨୪ ଘଣ୍ଟାରେ ୨୮୦୩ ଆକ୍ରାନ୍ତ ଚିହ୍ନଟ ହୋଇଛି ।

ସଙ୍ଗରୋଧରୁ ୧୫୯୭ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୨୦୬ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୫ ଜଣ ଥିବା ବେଳେ କଟକରୁ ୪୪୧, ମୟୂରଭଞ୍ଜରୁ ୧୯୧, ବାଲେଶ୍ୱରରୁ ୧୫୫, ପୁରୀରୁ ୧୫୪, ଯାଜପୁରରୁ ୧୫୩, କେନ୍ଦ୍ରାପଡ଼ାରୁ ୧୧୯, ଜଗତସିଂହପୁରରୁ ୧୧୭, ନୟାଗଡ଼ରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୯ ଲକ୍ଷ ୨୪ ହଜାର ୬୯୯ ରହିଛି । ସେଥିରୁ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୯୦ ହଜାର ୭୭୮ଜଣ । ଏବେବି କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୨୯ ହଜାର ୬୨୦ଜଣ । ୭୪ ହଜାର ୭୪୦ ନମୁନା ପରୀକ୍ଷା ହୋଇଥିବା ବେଳେ କମିଛି ପଜିଟିଭ ହାର । ୩ ଦଶମିକ ୭୫ ପ୍ରତିଶତ ରହିଛି ପଜିଟିଭ ହାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର