Masthead

ଭାଇ ହାତରେ ଅତି ସ୍ନେହରେ ରାଖି ବାନ୍ଧିବ ଭଉଣୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆଜି ପବିତ୍ର ରାଖୀ ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ । ଭାଇ ହାତରେ ଅତି ସ୍ନେହରେ ରାଖି ବାନ୍ଧିବ ଭଉଣୀ । ଭାଇର ଉଜ୍ବଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରେ ଭଉଣୀ । ଗହ୍ମା ପୂର୍ଣ୍ଣିମାରେ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥି ବଳଭଦ୍ର ଓ ଜଗନ୍ନାଥଙ୍କୁ ରାଖି ବାନ୍ଧିବେ ସୁଭଦ୍ରା । ଧାର୍ମିକ ପରମ୍ପରା ଓ ରୀତିନୀତିରେ ଏହି ରକ୍ଷା ବନ୍ଧନ ସାରା ଦେଶରେ ଧୁମଧାମରେ ପାଳିତ ହେଉଛି । ରାଖୀ ପୂର୍ଣ୍ଣିମାରେ ଭଉଣୀମାନେ ସବୁଠାରୁ ସୁନ୍ଦର, ରୁଚିପୂର୍ଣ୍ଣ ଓ ଆକର୍ଷଣୀୟ ରାଖୀଟିଏ ନିଜ ଭାଇ ହାତରେ ବାନ୍ଧି ଦେବାକୁ ଆଗ୍ରହ ପ୍ରକାଶ କରିଥାଆନ୍ତି । ସେହିପରି ଶ୍ରୀମନ୍ଦିରରେ ମଧ୍ୟ ରକ୍ଷାବନ୍ଧନ ଓ ବଳଭଦ୍ରଙ୍କ ଜନ୍ମୋତ୍ସବ ନୀତି ପାଳିତ ହେବ । ସକାଳୁ ପ୍ରଭୁଙ୍କର ଦ୍ବାରଫିଟା, ମଙ୍ଗଳ ଆଳତି, ଅବକାଶ ନୀତି, ଭୋଗମଣ୍ଡପ, ସର୍ବାଙ୍ଗ ନୀତି ପରେ ରାଖୀ ଲାଗି ହେବ । ସେହିପରି ସନ୍ଧ୍ୟାଧୁପ ପରେ ବଳଭଦ୍ର ଜନ୍ମ ନୀତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ