Masthead

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ସଜାଗ ହେଲେ ସରକାର । ନିଜର ଆରମ୍ଭ କଲେ ପ୍ରସ୍ତୁତି । ଆଉ କିଛି ସମୟ ପରେ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ମନ୍ତ୍ରୀ ପରିଷଦର ବୈଠକ । ବିଭିନ୍ନ ଦିଗକୁ ନେଇ ହେବ ମାନସପୁତ୍ର। ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ ହେବେ ସାମିଲ । ସେପଟେ ଆଜି ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭା କକ୍ଷରେ ବସିବ ଏହି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ବୈଠକରେ ରହିବେ ଉପସ୍ଥିତ ।

ସେହିପରି ସରକାରୀ ଦଳ ମୁଖ୍ୟ ସଚେତକ ଓ ବିରୋଧୀ ଦଳ ମୁଖ୍ୟ ସଚେତକଙ୍କ ସମେତ କଂଗ୍ରେସ ବିଧାୟକ ଦଳ ନେତା ମଧ୍ୟ ବୈଠକରେ ସାମିଲ ହେବେ । ବିଧାନସଭାକୁ ସୁରୁଖୁରୁରେ ଚଲାଇବା ପାଇଁ ସମସ୍ତ ଦଳମାନଙ୍କ ସହ ଆଲୋଚନା କରିବେ ବାଚସ୍ପତି । ତେବେ କାର୍ଯ୍ୟସୂଚୀ ଅନୁଯାୟୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ୨୫ ତାରିଖ ଯାଏଁ ଅଧିବେଶନ ଚାଲିବ । ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ କଡା ଜବାବ ରଖିବାକୁ ପ୍ରସ୍ତୁତ ହେଉଛି ଶାସକ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା