Masthead

ଆଜି କେନ୍ଦ୍ର କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ ବୈଠକ ବସିବ । ଏହି ବୈଠକ ବୁଧବାର ଦିନ ୧୧ଟା ବେଳେ ଅନୁଷ୍ଠିତ ହେବ । ଗତ ସପ୍ତାହରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଂପ୍ରସାରଣ ପରେ ଏହା ହେବ ୨ୟ କ୍ୟାବିନେଟ୍ ବୈଠକ । ଆସନ୍ତା ୧୯ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ସେ ସମ୍ପର୍କରେ ଏହି କ୍ୟାବିନେଟ୍ ବୈଠକରେ ଆଲୋଚନା ହୋଇପାରେ ।

ଏକ ଦୃଷ୍ଟିକୋଣରୁ ଏହି ବୈଠକର ଗୁରୁତ୍ବ ବଢିଯାଇଛି । ତାହା ହେଉଛି ଗତ ପ୍ରାୟ ଏକ ବର୍ଷ ମଧ୍ୟରେ ଏହା ହେଉଛି ପ୍ରଥମ କ୍ୟାବିନେଟ୍ ବୈଠକ ଯାହାକି ଭର୍ଚୁଆଲ ମୋଡରେ ନ ହୋଇ ପ୍ରତ୍ୟକ୍ଷଭାବେ ଅନୁଷ୍ଠିତ ହେବ । ଶେଷ ଥର ପାଇଁ ଏକ ପ୍ରତ୍ୟକ୍ଷ ଭାବେ କ୍ୟାବିନେଟ୍ ବୈଠକ ଗତ ବର୍ଷ ଏପ୍ରିଲ ମାସରେ ଅନୁଷ୍ଠିତ ହୋଇଥିଲା । କିନ୍ତୁ କରୋନା ବ୍ୟାପିବା ପରେ କ୍ୟାବିନେଟ୍ ବୈଠକଗୁଡ଼ିକ ଭର୍ଚୁଆଲ ମୋଡ ବା ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହେଉଥିଲା । ମୋଦି ସରକାର ଗତ ଜୁଲାଇ ୭ରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ