Masthead

ଆଜି ପଙ୍କୋଦ୍ଧାର ଏକାଦଶୀ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପବିତ୍ର ପଙ୍କୋଦ୍ଧାର ଏକାଦଶୀରେ ଦର୍ଶନ ଦେବେ ପ୍ରଭୁ ଶ୍ରୀଲୋକନାଥ । ବର୍ଷ ତମାମ ଶ୍ରଦ୍ଧାଳୁଙ୍କ ଦ୍ୱାରା ଲାଗି ହୋଇଥିବା ପୂଜା ସାମଗ୍ରୀରେ ବୁଡି ରହିଥିବା ପ୍ରଭୁ ଶ୍ରୀଲୋକନାଥଙ୍କ ଗମ୍ଭୀରାରୁ ପଙ୍କୋଦ୍ଧାର ଓ ମାଘ ସ୍ନାନ କରାଯିବ।। କ୍ଷୀର, ସର, ଛାଚି, ଛେନା, କଦଳୀ, ଖଇକୋରା, ବେଲପତ୍ର, ଅରଖଫୁଲ, ମାନସିକ ରୂପ ଆଦି ସଫା କରାଯାଉଛି। ରାତ୍ର ୨ଟା ୩୦ରେ ଦ୍ୱାର ଖୋଲାଯାଇ ମଙ୍ଗଳଆଳତୀ, ଅବକାଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା, ଗୋପାଳବଲ୍ଲଭ, ସକାଳ ଧୂପ ବଢ଼ିବା ପରେ ସକାଳ ୬ରୁ ପଙ୍କୋଦ୍ଧାର ନୀତି ଚାଲିଛି।

ନୀତି ଅନୁଯାୟୀ ସକାଳ ୪ଟାରୁ ୭ ଟା ଭିତରେ ପଙ୍କ କଢ଼ାଯାଇଛି । ପଙ୍କ କଢ଼ାଯିବା ପରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି । ମାନସିକଧାରୀ ଓ ଶ୍ରଦ୍ଧାଳୁ ମହିଳା ଓ ପୁରୁଷ ଭକ୍ତ ମାନେ ଏହି ପଙ୍କୋଦ୍ଧାରରେ ସାମିଲ ହୋଇଥିଲେ । ସକାଳ ପ୍ରାୟ ୭ ଟାବେଳ ଠାରୁ ଏକାଦଶୀ ଦର୍ଶନର ସୌଭାଗ୍ୟ ପାଇଛନ୍ତି ଭକ୍ତମାନେ । ସେପେଟ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ବାବା ଲୋକନାଥଙ୍କର ପଙ୍କୋଦ୍ଧାର ଏକାଦଶୀ ନୀତି  ପାଇଁ ଲୋକନାଥ ମନ୍ଦିରରେ ଏହି  ନୀତି ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହେବେ । ଏହାକୁ ଦୃଷ୍ଟିରେ ରଖି ପୁରୀ ପୁଲିସ  ବ୍ୟାପକ ବ୍ୟବସ୍ଥା କରିଛି । ଲୋକନାଥ ମନ୍ଦିର  ଭିତରେ ୨ ଜଣ ଡିଏସ୍‌ପି, ୮ ଜଣ ଇନ୍ସପେକ୍ଟର୍‌,  ୩୨ ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୫୨ ଜଣ  ହାବିଲ୍‌ଦାର୍‌ ଓ କନ୍‌ଷ୍ଟେବଳ, ୫୬ ଜଣ ହୋମ୍‌ଗାର୍ଡ,  ୪ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି । ସେହିପରି  ଲୋକନାଥ ମନ୍ଦିର ବାହାରେ ୨ ଜଣ ଇନ୍ସପେକ୍ଟର୍‌, ୨  ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୪ ଜଣ ହାବିଲ୍‌ଦାର  ଓ କନ୍‌ଷ୍ଟେବଳ, ୮ ଜଣ ହୋମଗାର୍ଡ, ୨ ସେକ୍ସନ  ଫୋର୍ସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ