Masthead

ଆଜି ପବିତ୍ର ରାମ ନବମୀ, ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ରାମ ନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ରାଜଧାନୀର ସମସ୍ତ ମଠ ମନ୍ଦିରରେ ହୋଇଛି ବ୍ୟାପକ ବ୍ୟବସ୍ଥା। ପ୍ରଭୁଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରେ ସକାଳୁସକାଳୁ ଲାଗିଛି ଭକ୍ତଙ୍କ ଭିଡ଼ । ଶ୍ରୀରାମ ନବମୀ ଅବସରରେ ସ୍ବତନ୍ତ୍ର ଭାବେ ସଜେଇ ହୋଇଛି ମନ୍ଦିର। ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ ଧୂପ ଓ ବେଶ ହୋଇଛି।

ଶ୍ରୀରାମ ଚରିତ ମାନସ ନବାଙ୍ଗ ପାରାୟଣରେ ପୂର୍ଣ୍ଣାହୁତି ହେବା ପରେ ହୋମ ଯଜ୍ଞ କରାଯିବ। ମଧ୍ୟାହ୍ନ ପରେ ଶ୍ରୀରାମଙ୍କ ଜୟନ୍ତୀ ଆଳତି ହେବ। ପରେ ସନ୍ଧ୍ୟା ଆଳତି କରାଯାଇ ରାତିରେ ଭୋଗ ଆଳତୀ ଅନୁଷ୍ଠିତ ହେବ। ଏହି ଅବସରରେ ଠାକୁରଙ୍କ ପାଖରେ ପାଞ୍ଚ ମେଳା ଓ ଫଳ ଲାଗି ହେବ । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଆଜି ଅନେକ ଲୋକ ବ୍ରତ-ଉପବାସ ରଖନ୍ତି । ଶାସ୍ତ୍ର ଅନୁଯାୟୀ, ଭଗବାନ ରାମ ଆଜିର ଦିନ ଜନ୍ମ ହୋଇଥିଲେ । ତେଣୁ ଆଜିର ଦିନକୁ ରାମ ନବମୀ ଭାବରେ ପାଳନ କରାଯାଉଛି । ଭଗବାନ ଶ୍ରୀରାମ ଚନ୍ଦ୍ର ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାର ବୋଲି କୁହାଯାଏ । ଭଗବାନ ରାମ ଦାଶରଥ ଏବଂ ରାଣୀ କୌଶଲ୍ୟାଙ୍କ ସୁପୁତ୍ର ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା