Masthead

ଆଜି ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବୁଧବାର ହେବ ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ। ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ, ସନ୍ଧ୍ୟା ୬ଟାରେ ଏହି ସଂପ୍ରସାରଣ ଓ ଅଦଳବଦଳ ହୋଇପାରେ । ଏଥିପାଇଁ ଦିଲ୍ଳୀରେ ପହଁଚୁଛନ୍ତି ନେତା । ମୋଦୀ ମନ୍ତ୍ରିମଣ୍ଡଳରେ ମୋଟ ୮୧ ଜଣ ମନ୍ତ୍ରୀ ରହିବା କଥା । ତେବେ ବର୍ତ୍ତମାନ ୫୩ ଜଣ ମନ୍ତ୍ରୀ ଅଛନ୍ତି । ୯ ଜଣ ମନ୍ତ୍ରୀଙ୍କ ପାଖରେ ଏକାଧିକ ମନ୍ତ୍ରଣାଳୟ ରହିଛି ।

ଖବର ଅନୁସାରେ, ଯୁବ ଚେହେରାଙ୍କୁ ଗୁରୁତ୍ୱ ଦେଇପାରନ୍ତି ନରେନ୍ଦ୍ର ମୋଦୀ । ୨୦ ଜଣ ନୂଆ ଚେହେରାକୁ ସାମିଲ କରାଯାଇପାରେ । ଆଉ କିଛି ମନ୍ତ୍ରୀଙ୍କ ବିଭାଗ ଅଦଳବଦଳ ହୋଇପାରେ । ଆସନ୍ତାବର୍ଷ ୟୁପି, ପଞ୍ଜାବ, ଉତ୍ତରାଖଣ୍ଡ ଭଳି ପ୍ରମୁଖ ରାଜ୍ୟରେ ନିର୍ବାଚନ ଥିବାରୁ ଏହି ରାଜ୍ୟକୁ ଅଧିକ ଗୁରୁତ୍ୱ ମିଳିପାରେ ।ଏହାଛଡା ଓବିସି ଓ ଦଳିତଙ୍କୁ ବି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଓ ଅଦଳବଦଳରେ ଗୁରୁତ୍ୱ ଦିଆଯାଇପାରେ । କିଛି ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଜ୍ୟଗୁଡିକରେ ବହୁତ ଦିନ ଧରି ମନ୍ତ୍ରୀ ଥିବା ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯିବା ସମ୍ଭାବନା ରହିଛି । ଏସବୁ ଭିତରେ ଓଡିଶାରୁ ଅଶ୍ୱିନୀ ବୈଷ୍ଣବ, ବୈଜୟନ୍ତ ପଣ୍ଡାଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି