Masthead

ଆଜି ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବୁଧବାର ହେବ ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ। ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ, ସନ୍ଧ୍ୟା ୬ଟାରେ ଏହି ସଂପ୍ରସାରଣ ଓ ଅଦଳବଦଳ ହୋଇପାରେ । ଏଥିପାଇଁ ଦିଲ୍ଳୀରେ ପହଁଚୁଛନ୍ତି ନେତା । ମୋଦୀ ମନ୍ତ୍ରିମଣ୍ଡଳରେ ମୋଟ ୮୧ ଜଣ ମନ୍ତ୍ରୀ ରହିବା କଥା । ତେବେ ବର୍ତ୍ତମାନ ୫୩ ଜଣ ମନ୍ତ୍ରୀ ଅଛନ୍ତି । ୯ ଜଣ ମନ୍ତ୍ରୀଙ୍କ ପାଖରେ ଏକାଧିକ ମନ୍ତ୍ରଣାଳୟ ରହିଛି ।

ଖବର ଅନୁସାରେ, ଯୁବ ଚେହେରାଙ୍କୁ ଗୁରୁତ୍ୱ ଦେଇପାରନ୍ତି ନରେନ୍ଦ୍ର ମୋଦୀ । ୨୦ ଜଣ ନୂଆ ଚେହେରାକୁ ସାମିଲ କରାଯାଇପାରେ । ଆଉ କିଛି ମନ୍ତ୍ରୀଙ୍କ ବିଭାଗ ଅଦଳବଦଳ ହୋଇପାରେ । ଆସନ୍ତାବର୍ଷ ୟୁପି, ପଞ୍ଜାବ, ଉତ୍ତରାଖଣ୍ଡ ଭଳି ପ୍ରମୁଖ ରାଜ୍ୟରେ ନିର୍ବାଚନ ଥିବାରୁ ଏହି ରାଜ୍ୟକୁ ଅଧିକ ଗୁରୁତ୍ୱ ମିଳିପାରେ ।ଏହାଛଡା ଓବିସି ଓ ଦଳିତଙ୍କୁ ବି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଓ ଅଦଳବଦଳରେ ଗୁରୁତ୍ୱ ଦିଆଯାଇପାରେ । କିଛି ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଜ୍ୟଗୁଡିକରେ ବହୁତ ଦିନ ଧରି ମନ୍ତ୍ରୀ ଥିବା ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯିବା ସମ୍ଭାବନା ରହିଛି । ଏସବୁ ଭିତରେ ଓଡିଶାରୁ ଅଶ୍ୱିନୀ ବୈଷ୍ଣବ, ବୈଜୟନ୍ତ ପଣ୍ଡାଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ? 🔴 ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଶ୍ରୀନଗରରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିପାତ 🔴 ଆଜିଠୁ ବିଜେପିର ‘ତ୍ରିରଙ୍ଗା ଯାତ୍ରା’ 🔴 ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ଶୁଣାଣି 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ? 🔴 ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଶ୍ରୀନଗରରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିପାତ 🔴 ଆଜିଠୁ ବିଜେପିର ‘ତ୍ରିରଙ୍ଗା ଯାତ୍ରା’ 🔴 ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ଶୁଣାଣି