Masthead

ଆଜିଠୁ ଭାରତ-ଶ୍ରୀଲଙ୍କା ପ୍ରଥମ ଦିନିକିଆ ମ୍ୟାଚ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ଭାରତ-ଶ୍ରୀଲଙ୍କା ପ୍ରଥମ ଦିନିକିଆ । ୩ଟି ୱାନ୍ଣିଙ୍ଗ ଓ ୩ ଟି-ଟ୍ୱେଣ୍ଟିର ଲମ୍ବା ସିରିଜ ରହିଛି । ଦିନ ୩ ଟାରେ ମ୍ୟାଚ୍ ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଆ ଟିମ୍ ଇଲେଭେନରେ କିଏ ରହିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଯୁବଦଳ ଆଜି ଖେଳିବ ପ୍ରଥମ ଦିନିକିଆ ମୁକାବିଲା ମ୍ୟାଚ । ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଶ୍ରୀଲଙ୍କାର ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ ।

ଜୁଲାଇ ୧୩ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚକୁ କରୋନା କାରଣରୁ ୫ ଦିନ ଘୁଞ୍ଚାଇ ଦିଆଯାଇଥିଲା । ବର୍ତ୍ତମାନ ବିରାଟ କୋହଲିଙ୍କ ନେତୃତ୍ୱରେ ଗୋଟିଏ ଟିମ୍ ଇଂଲଣ୍ଡ ଗସ୍ତରେ ରହିଛି । ତେଣୁ ଶିଖର ଧବନଙ୍କ ନେତୃତ୍ୱରେ ଶ୍ରୀଲଙ୍କା ବିପକ୍ଷରେ ସିରିଜ ଖେଳିବ ଏହି ଦଳ । ଦଳରେ ଶିଖର ଧବନ କ୍ୟାପଟେନ, ପୃଥ୍ୱୀ ସ’, ଦେବଦତ୍ତ ପାଡିକ୍କଲ, ଋତୁରାଜ ଗାଏକ୍ୱାଡ, ସୂର୍ଯ୍ୟକୁମାର ଯାଦବ, ମନୀଷ ପାଣ୍ଡେ, ନୀତିଶ ରାଣା, ଇସାନ କିଷନ, ସଂଜୁ ସାମସନ, ହାର୍ଦ୍ଦିକ ପାଣ୍ଡ୍ୟା, କ୍ରୁନାଲ ପାଣ୍ଡ୍ୟା, ଯୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଦୀପକ ଚହର, ରାହୁଲ ଚହର, ଭୁବନେଶ୍ୱର କୁମାର, ଚେତନ ସାକାରିଆ ଓ ନଭଦୀପ ସାଇନିଙ୍କ ପରି ଯୁବ ଖେଳାଳି ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ