Masthead

ଆଜି ଆଇପିଏଲର ପ୍ରଥମ କ୍ୱାଲିଫାୟାର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଚଳିତ ଆଇପିଏଲର ପ୍ରଥମ କ୍ୱାଲିଫାୟାର ମୁକାବିଲା ହେବ । ଦିଲ୍ଲୀ ଓ ଚେନ୍ନାଇ ମଧ୍ୟରେ ହେବ ଟକ୍କର । ସର୍ବାଧିକ ୨୦ ପଏଣ୍ଟ ହାସଲ କରି ଲିଗର ଶ୍ରେଷ୍ଠ ଦଳ ଭାବେ ଦିଲ୍ଲୀ ପ୍ଲେ-ଅଫକୁ ଯାଇଛି । ଆରସିବି ସହ ସମାନ ୧୮ ପଏଣ୍ଟ ପାଇଥିଲେ ମଧ୍ୟ ରନ୍ ରେଟ୍ ଆଧାରରେ ଚେନ୍ନାଇ ଦ୍ୱିତୀୟ ସ୍ଥାନରେ ରହି ପ୍ରଥମ କ୍ୱାଲିଫାୟର ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି । ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱ ଓ ବଳିଷ୍ଠ ରଣନୀତିକୁ ନିଷ୍ଫଳ କରିବାକୁ ହେଲେ ଦିଲ୍ଲୀର ଯୁବ ଅଧିନାୟକ ଋଷଭ ପନ୍ତଙ୍କୁ ଶ୍ରେଷ୍ଠ ପ୍ରଦର୍ଶନ ଦେବାକୁ ପଡ଼ିବ ।

ଚେନ୍ନାଇ ପୂର୍ବରୁ ୮ ଥର ଫାଇନାଲ ଖେଳି ୩ ଥର ଚାମ୍ପିଆନ୍ ହୋଇଛି । ଅନ୍ୟପଟେ ମାତ୍ର ଥରେ ଫାଇନାଲ ଖେଳିଥିବା ଦିଲ୍ଲୀ ନିଜ ପ୍ରଥମ ଟ୍ରଫି ବିଜୟ ଲକ୍ଷ୍ୟରେ ରହିଛି । ଗତବର୍ଷ ପ୍ରଥମ ଥର ପାଇଁ ଫାଇନାଲକୁ ଯାଇଥିବା ଦିଲ୍ଲୀ ମୁମ୍ବାଇଠାରୁ ପରାସ୍ତ ହୋଇଥିଲା । ଦିଲ୍ଲୀର ଆତ୍ମବିଶ୍ବାସ ଏବେ ଆକାଶଛୁଆଁ ରହିଛି। ସେହିଦୃଷ୍ଟିରୁ ରବିବାର ମ୍ୟାଚ୍ ବେଶ୍ ସଂଘର୍ଷପୂର୍ଣ୍ଣ ଓ ରୋମାଞ୍ଚଭରା ହେବ ବୋଲି ଆଶା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର