Masthead

ଆଜି ପବିତ୍ର ରେଖାପଞ୍ଚମୀ, ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ):ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।

ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ଜ୍ଝ ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା ।

 

ତେବେ ପୁନର୍ବାର ଆଜି ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତ ମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ ।

ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ