Masthead

ଆଜି ପବିତ୍ର ରେଖାପଞ୍ଚମୀ, ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ):ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।

ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ଜ୍ଝ ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା ।

 

ତେବେ ପୁନର୍ବାର ଆଜି ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତ ମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ ।

ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର