Masthead

ଆଜିଠୁ IPL ମହାସମର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ସବୁ ଅପେକ୍ଷାର ଅନ୍ତ ଘଟିଛି । ଆଜିଠୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ ମହାସମର । ବିନା ଦର୍ଶକରେ ହେବ ଆଇପିଏଲର ୧୪ତମ ସଂସ୍କରଣ । ଏଥିପାଇଁ ମୈଦାନ ପ୍ରସ୍ତୁତ ଥିବାବେଳେ ଖେଳାଳୀ ମଧ୍ୟ ପ୍ରସ୍ତୁତ ଅଛନ୍ତି । ଆଜି ଉଦଘାଟନୀ ମ୍ୟାଚରେ ସମ୍ନାସାମ୍ନି ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର । କରୋନା କଟକଣା ଭିତରେ ଆରମ୍ଭ ହେବାକୁ ଯାଉଛି ଚଳିତ ବର୍ଷ ଆଇପିଏଲ ଫାଇଟ୍ । ଆଜି ମୈଦାନରେ ହେବ ହାର୍ଡ ହିଟର ରୋହିତ ଓ କ୍ୟାପଟେନ କୋହଲିଙ୍କ ମଧ୍ୟରେ କଡ଼ା ଟକ୍କର ।

ଦେଶ ଓ ବିଦେଶୀ ଖେଳାଳୀଙ୍କୁ ନେଇ ମୈଦାନକୁ ନେଇ ଓହ୍ଲାଇବେ ଉଭୟ ଟିମ୍ । ଆଜି ଭାରତୀୟ ସମୟ ସନ୍ଧ୍ୟା ୭ଟାରେ ଆରମ୍ଭ ହେବ ମ୍ୟାଚ । ଚଳିତ ବର୍ଷ ଆଇପିଏଲ ମ୍ୟାଚ ଚେନ୍ନାଇ, ମୁମ୍ବାଇ, ଅହମ୍ମଦାବାଦ, ବେଙ୍ଗାଲୁରୁ, କୋଲକାତା ଓ ଦିଲ୍ଲୀରେ ଖେଳାଯିବ । ତେବେ ଚଳିତ ବର୍ଷ କରୋନା କଟକଣାକୁ ନେଇ ବିନା ଦର୍ଶକରେ ହେବାକୁ ଯାଉଛି ଆଇପିଏଲ ମ୍ୟାଚ୍ । ଆଇପିଏଲ ପ୍ରଶଂସକମାନେ ମୋବାଇଲ ଓ ଟିଭି ମାଧ୍ୟମରେ ମ୍ୟାଚ ଦେଖିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ