Masthead

ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରବାସୀ ଭାରତୀୟ ଦିବସର ଅନ୍ତିମ ଦିବସ । ଉଦଯାପନୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ୨୭ ଜଣଙ୍କୁ ମିଳିବ ‘ପ୍ରବାସୀ ଭାରତୀୟ ସମ୍ମାନ’ । ପୁରସ୍କୃତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ପୂର୍ବାହ୍ନରେ ରାଜଭବନରୁ ସିଧାସଳଖ ଜନତା ମୈଦାନ ଅଭିମୁଖେ ଯାଇ ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ସମ୍ମିଳନୀର ଉଦଯାପନୀ ଉତ୍ସବରେ ଯୋଗଦେବେ।

ଭାରତ ଓ ବିଦେଶରେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଅବଦାନକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରବାସୀ ଭାରତୀୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ। ବୈଦେଶିକ ବ୍ୟାପର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ପୂର୍ବରୁ ନାମ ଘୋଷଣା କରାଯାଇଛି । ୮ ତାରିଖରୁ ଆରମ୍ଭ ହୋଇଥିବା ବିରାଟ ସମ୍ମିଳନୀକୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ଉଦଘାଟନ କରି ପ୍ରବାସୀ ମାନଙ୍କୁ ସମ୍ବୋଧିତ କରିଥିବା ବେଳେ ଆଜି ରାଷ୍ଟ୍ରପତି ପ୍ରବାସୀ ମାନଙ୍କ ପାଇଁ ନିଜ ଅଭିଭାଷଣରେ ବକ୍ତବ୍ୟ ରଖିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ