Masthead

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଶେଷ ଦିନ । ୩ ଦିନିଆ ଗସ୍ତରେ ଆସିଥିଲେ ମହାମହିମ । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପୌରହିତ୍ୟ କରିବେ । ପରେ ମଧ୍ୟାହ୍ନ ୧୨ଟା ୩୫ ମିନିଟରେ ମହାମହିମ କୋଲକତା ନେଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ଗତକାଲି ରାଷ୍ଟ୍ରପତି ଶିମିଳିପାଳ ଜାତୀୟ ଉଦ୍ୟାନ ବୁଲି ଦେଖିଥିଲେ । ତାଙ୍କ ସହ ପୁଲିସ ଡିଜି ଏବଂ ପରିବାର ଲୋକେ ମଧ୍ୟ ଶିମିଳିପାଳ ଯାଇଥିଲେ । ରାଷ୍ଟ୍ରପତି ଗତକାଲି ଚହଲାରେ ପହଞ୍ଚିବା ପରେ ଆଦିବାସୀ ପରମ୍ପରା ଅନୁସାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ପରେ ପ୍ରସ୍ତୁତ ଥିବା ଏବହ ସ୍ୱତନ୍ତ୍ର ସଫାରି ଯୋଗେ ଶିମିଳିପାଳ ଉଦ୍ୟାନ ବୁଲିଥିଲେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ