Masthead

ଆଜି ନବବର୍ଷ , ଉତ୍ସବମୁଖର ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ନୂଆବର୍ଷ ତଥା ପଣାସଂକ୍ରାନ୍ତି । ପଣାସଂକ୍ରାନ୍ତି ପାଇଁ ଉତ୍ସବମୁଖର ଓଡ଼ିଶା । ଦେବାଳୟମାନଙ୍କରେ ହେଉଛି ସ୍ୱତନ୍ତ୍ର ପ୍ରସ୍ତୁତି । ଏହାସହ ଘରେ ଘରେ ଓଡ଼ିଆ ସଂସ୍କୃତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି । ଶ୍ରୀମନ୍ଦିର ଠୁ ନେଇ ଘଟଗାଁ ତାରିଣୀ ଯାଏଁ ଭକ୍ତ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପଣାସଂକ୍ରାନ୍ତି ପାଇଁ ଚଳଚଞ୍ଚଳ ହୋଇପଡିଛି ମନ୍ଦିର ଓ ମଠ ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି ।

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ