Masthead

ଆଜି ନବବର୍ଷ , ଉତ୍ସବମୁଖର ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ନୂଆବର୍ଷ ତଥା ପଣାସଂକ୍ରାନ୍ତି । ପଣାସଂକ୍ରାନ୍ତି ପାଇଁ ଉତ୍ସବମୁଖର ଓଡ଼ିଶା । ଦେବାଳୟମାନଙ୍କରେ ହେଉଛି ସ୍ୱତନ୍ତ୍ର ପ୍ରସ୍ତୁତି । ଏହାସହ ଘରେ ଘରେ ଓଡ଼ିଆ ସଂସ୍କୃତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି । ଶ୍ରୀମନ୍ଦିର ଠୁ ନେଇ ଘଟଗାଁ ତାରିଣୀ ଯାଏଁ ଭକ୍ତ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପଣାସଂକ୍ରାନ୍ତି ପାଇଁ ଚଳଚଞ୍ଚଳ ହୋଇପଡିଛି ମନ୍ଦିର ଓ ମଠ ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି ।

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ