Masthead

୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଆଜି ଦ୍ୱୀତୀୟ ଭୋଗ ମଣ୍ଡପ ସରିବା ପରେ ହେବ ମହାପ୍ରଭୁଙ୍କୁ ପଇତାଲାଗି ନୀତି ।

ନୀତି ସମ୍ପାଦନ ସମୟରେ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। କାରଣ ଏହା ଏକ ବିଶେଷ ଗୁପ୍ତ ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦ୍ୱିତୀୟ ଭୋଗ ମଣ୍ଡପ ସରିବା ପରେ ପାଟେରା ବିଶୋଇ ସେବାୟତଙ୍କୁ ଘରୁ ଆସିଥାଏ ବାସୁଙ୍ଗା ପାଟର ପଇତା ତାହାକୁ ଦଇତାପତି ସେବାୟତମାନେ ଭୋଗ ସରିବା ପରେ ଗର୍ଭଗୃହକୁ ପ୍ରବେଶ କରନ୍ତି । ତା ପରେ ରତ୍ନ ସିଂହାସନକୁ ଉଠି ଦଇତାପତିମାନେ ପ୍ରଥମେ ମହାପ୍ରଭୂଙ୍କ ପାଟବସ୍ତ୍ର ଓ ଶ୍ରୀଅଙ୍ଗକୁ ତନଖି ଥାନ୍ତି । ତା ପରେ ଆରମ୍ଭ ହୋଇଥାଏ ପଇତା ଲାଗି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା