Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବେଶ । ଏ ନେଇ ୪ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ଏହି ନୀତି ସମ୍ପର୍ନ୍ନ କରାଯିବ । ମଧ୍ୟାହ୍ନ ଧୂପ ସରିବା ପରେ ପଛ ଭୋଗମଣ୍ଡପ ବଢିବ ଏହା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ଦ୍ୱିପ୍ରହର ଧୂପ ସରିବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିରର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ବୋଲି ମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି । ପରମ୍ପରା ଅନୁସାରେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ଚମକି ଉଠିବେ ମହାପ୍ରଭୁ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ସାଧରଣ ଦର୍ଶନ ବନ୍ଦ ରଖାଯିବ । ଏହା ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଚାଲିବ ଏ ନୀତି । ଏଣୁ ଅପରାହ୍ନ ୪ଟାରୁ ରାତି ୮ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ