Masthead

ବିଦ୍ୟାର୍ଥୀର ଉଚିତ୍ ମାର୍ଗଦର୍ଶକ ହେଉଛନ୍ତି ଗୁରୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଗୁରୁ ଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମନେ ପକାଉଛି ସାରା ଦେଶ । ଏନେଇ ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଶେଷ ଆୟୋଜନ କରାଯାଉଛି । ଛାତ୍ରଛାତ୍ରୀଙ୍କ ଜୀବନ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଶିକ୍ଷକଙ୍କ ଉଦ୍ଦେଶ୍ୟରେ ଏହି ଦିବସ ଉତ୍ସର୍ଗୀକୃତ। ୧୮୮୮ ମସିହା ସେପ୍ଟେମ୍ବର ୫ ତାରିଖରେ ଜନ୍ମ ଗ୍ରହଣ କରିଥିବା ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ଦ୍ବିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନ୍‌ଙ୍କ ସମ୍ମାନାର୍ଥେ ତାଙ୍କ ଜନ୍ମ ଦିବସକୁ ‘ଗୁରୁ ଦିବସ’ର ମାନ୍ୟତା ମିଳିଛି। ଗୁରୁ ଦିବସ ମଧ୍ୟ ଆମ ଦେଶରେ ଏକ ବଡ ପର୍ବ ଭାବେ ପାଳନ କରାଯାଏ ।

ଏହି ଦିନ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ଦିବସ। ୧୮୮୮ ସେପ୍ଟେମ୍ବର ୫ ତାରିଖରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୨ ପରଠାରୁ ତାଙ୍କ ଜନ୍ମଦିନ ଗୁରୁ ଦିବସ ଭାବରେ ପାଳନ କରାଯାଇଆସୁଛି। ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନ୍ ଏକ ପ୍ରସିଦ୍ଧ ବିଚାରରେ କହିଥିଲେ ଯେ, ଯଦି ମୋର ଜନ୍ମଦିନ ପାଳନ କରିବା ପରିବର୍ତ୍ତେ ସେପ୍ଟେମ୍ବର ୫ରେ ଗୁରୁ ଦିବସ ଭାବେ ପାଳନ କରାଯାଏ, ତେବେ ଏହା ମୋ ପାଇଁ ଗର୍ବର ବିଷୟ ହେବ। ଶିକ୍ଷାର ବିକାଶ ଦିଗରେ ସେ ନିଜ ଜୀବନ ଉତ୍ସର୍ଗ କରିଥିଲେ । ତାଙ୍କୁ ସମ୍ମାନ ଜଣାଇ ପ୍ରତି ବର୍ଷ ତାଙ୍କ ଜନ୍ମଦିନକୁ ଭାରତବର୍ଷରେ ଗୁରୁ ଦିବସ ଭାବେ ପାଳନ କରାଯାଉଛି ।

ତେଣୁ ଏହି ଦିନ ଛାତ୍ରଛାତ୍ରୀମାନେ ସାରା ଦେଶରେ ଶିକ୍ଷକମାନଙ୍କୁ ସମ୍ମାନ ଜଣାଇ ସେମାନଙ୍କ ଆଶୀର୍ବାଦ ନେଇଥାନ୍ତି। । ସାଧାରଣତଃ ଗୋଟିଏ ଶିଶୁର ମାତାପିତା ହେଉଛନ୍ତି ପ୍ରଥମ ଗୁରୁ, କିନ୍ତୁ ପିତାମାତାଙ୍କ ପରେ, ପିଲାଙ୍କ ଜୀବନରେ ଆସିଥାନ୍ତି ଶିକ୍ଷକ ବା “ଗୁରୁ” । ଶିକ୍ଷକ ଛାତ୍ରର ପ୍ରତ୍ୟେକ ଛୋଟ ବଡ଼ ଭୁଲକୁ କ୍ଷମା କରି, ପିଲାକୁ ଉଚିତ୍ ଶିକ୍ଷା ଦେଇ, ଭବିଷ୍ୟତର ଜୀବନକୁ ସରଳ ଓ ଆଲୋକିତ କରିଥାନ୍ତି । ସେହି ଗୁରୁମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତି ବର୍ଷ ସେପ୍ଟେମ୍ବର ୫ ତାରିଖକୁ ଗୁରୁ ଦିବସ ଭାବରେ ପାଳନ କରାଯାଏ । ବାସ୍ତବରେ ୧୯୬୨ ମସିହାଠାରୁ ଭାରତର ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିନକୁ ଗୁରୁ ଦିବସ ଭାବରେ ପାଳନ କରାଯାଇଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ