Masthead

ଆଜି ଦ୍ୱିତୀୟ ଦିନରେ କାଳିଆ ଦର୍ଶନ, ଭକ୍ତ ବିଭୋର

ପୁରୀ(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଦିନରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ବିଶ୍ୱବାସୀ । ଶ୍ରଦ୍ଧାଳୁମାନେ କୋଭିଡ଼ ନେଗେଟିଭ ରିପୋର୍ଟ ଦେଖାଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଏହା ସହିତ ପୂର୍ବରୁ ଜାରି କରାଯାଇଥିବା ଏସଓପି ବଳବତର ରହିବ । ଗତକାଲି ୫ରୁ ୭ ହଜାର ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମାର୍କେଟ ଛକ ଠାରୁ ହୋଇଥିବା ବ୍ୟାରିକେଡ଼ ଦେଇ ଶ୍ରୀମନ୍ଦିର ସିଂହ ଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ଦେଇ ପ୍ରସ୍ତାନ କରୁଛନ୍ତି ଭକ୍ତ । ଏଥିସହ ମାସ୍କ ପରିଧାନ କରି ସାମାଜିକ ଦୂରତା ରକ୍ଷା କରିବା ଓ ସାନିଟାଇଜ କରିବା ବାଧ୍ୟତାମୂଳକ କରାଯାଇଛି । ଯେଉଁଭଳି ଭାବେ ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର କିଓସ୍କର ବ୍ୟବହାର କରାଯାଉଥିଲା ଠିକ୍ ସେହିପରି ଆଜି ମଧ୍ୟ ସର୍ବସାଧାରଣଙ୍କ ପାଇଁ ଫଟୋଗ୍ରାଫି ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ଓ ସୁରକ୍ଷା ବ୍ୟବସ୍ଥା ପାଇଁ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ