Before Header

ଆଜି ଜଗତଜନନୀଙ୍କ ଦଶହରା ପର୍ବ, ଅଧର୍ମ ଉପରେ ଧର୍ମର ଜୟ

0 16

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ। ଆଜି ସବୁଠି ପାଳନ ହେଉଛି ବିଜୟା ଦଶମୀ। ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ। ଆଜି ଜଗତଜ୍ଜନନୀ ମା ଦୁର୍ଗାଙ୍କର ବିଜୟା ଦଶମୀ ବା ଦଶହରା ପର୍ବ। ଏଥିପାଇଁ ଆଜି ଉଭୟ ପୀଠ ଓ ପୂଜା ମଣ୍ଡପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ହେଲେ କଟକଣା ପାଇଁ ମଣ୍ଡପରେ ଭକ୍ତଙ୍କ ଗହଳି ନାହିଁ। ମହାମାରୀ ନେଇ ପ୍ରଶାସନ ଜାରି କରିଥିବା ସମସ୍ତ କଟକଣା ସହକାରେ ପୂଜା କରାଯାଉଛି।

କେବଳ ଦେବୀ ଦୁର୍ଗାଙ୍କ ନୀତିକାନ୍ତି କରାଯାଉଥିବା ବେଳେ, ସାଧାରଣ ଦର୍ଶନ ବନ୍ଦ। ସଂକ୍ରମଣ ଆଶଙ୍କା‌ରେ ପୂଜା ମଣ୍ଡପଗୁଡ଼ିକରେ ୭ ଜଣରୁ ଅଧିକ ରହି‌ବେ ନାହିଁ ବୋଲି ରାଜ୍ୟ ସରକାର ନିୟମ କରିଛନ୍ତି। ଚଳିତ ବର୍ଷ ମହାମାରୀ ପାଇଁ ଲୋକଙ୍କ ଗହଳି ଚହଳି, ପୂଜା ମଣ୍ଡପରେ ସାଜସଜା ସଂପୂର୍ଣ୍ଣ ଠପ୍‌ ହୋଇଯାଇଛି। ଲୋକଙ୍କ ମନରେ ଭକ୍ତି ଭାବ ରହିଥିଲେ ମଧ୍ୟ କଟକଣା ପାଇଁ ଦେବୀଙ୍କ ଦର୍ଶନରୁ ସେମାନେ ବଞ୍ଚିତ ହେଉଛନ୍ତି। ଆଶ୍ୱୀନ ମାସ ପ୍ରତିପଦଠାରୁ ଆରମ୍ଭ ହୋଇ ନବମୀ ପର୍ଯ୍ୟନ୍ତ ନବରାତ୍ରୀ ପୂଜା କରା ଯାଇଥାଏ ।

କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର ଅତ୍ୟାଚାର ଅସହ୍ୟ ହେବାରୁ ଦେବତାମାନେ ଦୁର୍ଗାଙ୍କୁ ଆବାହନ କରିଥିଲେ । ଦେବୀ ଦୁର୍ଗା ସିଂହବାହିନୀ ସାଜି ମହିଷାସୁରକୁ ବଦ୍ଧ କରିଥିଲେ । ଆଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତେବେ ଦଶହରା ଦିନ ପ୍ରଭୁ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଦ୍ଧ କରିଥିଲେ ।

ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଉଛି । ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି । କୋଭିଡ ସ୍ଥିତି ଯୋଗୁଁ ପାର୍ବଣର ମାହୋଲରେ ଚାକଚକ୍ୟ କମିଛି । ହେଲେ ଶ୍ରଦ୍ଧାଳୁଙ୍କ ଉତ୍ସାହ କମିନି । ମା’ଙ୍କୁ ଭକ୍ତିର ସହ ନିଜ ଅନୁସାରେ ଦୁର୍ଗାପୂଜାକୁ ପାଳନ କରୁଛନ୍ତି ଲୋକ । କରୋନା କଟକଣାକୁ ମାନି ଲୋମାନେ ଘରେ ରହି ମା’ଙ୍କୁ ଆରାଧନା କରୁଛନ୍ତି ।

Leave A Reply

Your email address will not be published.