Masthead

ଆଜି ମୌସୁମୀ ଅଧିବେଶନର ତୃତୀୟ ଦିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସଂସଦରେ ମୌସୁମୀ ଅଧିବେଶନର ତୃତୀୟ ଦିନ । ଶୁକ୍ରବାରଠୁ ଅଚଳ ଥିଲା ଗୃହ । ଆଜ ପୂର୍ବାହ୍ନ ୧୧ଟାରେ କାର୍ଯ୍ୟ ଆରମ୍ଭ ହେବ । ଆଜି ମଧ୍ୟ ମଣିପୁର ବର୍ବରତାକୁ ନେଇ ହୋଇପାରେ ହଙ୍ଗାମା । ମଣିପୁରରେ ଦୁଇ କୁକି ସଂପ୍ରଦାୟର ମହିଳାଙ୍କୁ ନିବସ୍ତ୍ର ଘଟଣାକୁ ନେଇ ଜୋର ଧରିଛି ରାଜନୀତି । କେନ୍ଦ୍ର ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ସଂସଦରେ ଆଲୋଚନା କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ବୟାନ ଦିଅନ୍ତୁ ବୋଲି ବିରୋଧୀ ଦଳର ନେତା ଦାବି କରିଛନ୍ତି ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଟୁଇଟ କରି ଲେଖିଛନ୍ତି, ସଂସଦର ଦୁଇ ସଦନରେ ଅଚଳାବସ୍ଥା ପାଇଁ ସରକାର ଦାୟୀ । ମଣିପୁର ବର୍ବରତାକୁ ନେଇ ସାରା ଦେଶ ଆଲୋଚନା କରୁଛି । ହେଲେ ସରକାର ଆଲୋଚନା କରିବାକୁ ଚାହୁଁ ନାହାନ୍ତି । କେନ୍ଦ୍ର ସରକାର ମଣିପୁର ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇଥିଲେ ସଂସଦରେ ଆଲୋଚନା କରିବାକୁ ରାଜି ହୁଅନ୍ତେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ