Masthead

ଆଜି ବିଶ୍ୱ ପଖାଳ ଦିବସ

ଭୁବନେଶ୍ୱର ( ବଡ଼ ଖବର ବ୍ୟୁରୋ): ପଖାଳ ଓଡ଼ିଆଙ୍କ ଭାବାବେଗସହ ସ୍ୱତପ୍ରବୃତ ଭାବେ ଜଡ଼ିତ । ଦେଶ ତଥା ଦେଶ ବାହାରେ ବସବାସ କରୁଥିବା ପ୍ରେତ୍ୟେକ ଓଡ଼ିଆଙ୍କର ଭାରି ପ୍ରିୟ ବ୍ୟଞ୍ଜନ ପଖାଳ। ବର୍ଷକ ବାର ମାସ ଖରା,ବର୍ଷା,ଶୀତ ସବୁଦିନ ପଖାଳ ଗଣ୍ଡେ ପେଟରେ ନପଡ଼ିବା ଯାଏଁ ଶାନ୍ତି ମିଳେନା । ଯଦିଓ ପଖାଳ ଓଡ଼ିଆଙ୍କ ନିତି ଦିନିଆ ଖାଦ୍ୟ, ମାତ୍ର ଖରା ଦିନରେ ଏହା ବେଶି ଅନ୍ତରଙ୍ଗ ହୋଇଥାଏ । ପଖାଳ ସାଙ୍ଗକୁ, ଆଳୁ ଭର୍ତ୍ତାଟେ ହବ… ଛୁଇଁ ଭଜାଟେ ହେବ…ବଡ଼ି ଚୁରାଟେ ହେବ… ମାଛ ଭଜା ସେଇଟାବି ହେବ.. ତା ସାଙ୍ଗକୁ ପିଆଜ ଖଣ୍ଡେ ଥିବ ଖାଇଦେଇ ତୋରାଣି ମୁନ୍ଦେ ପିଇଦେଲେ ‘ଓଃ କି ଶାନ୍ତି । ସତରେ ଏ ଶାନ୍ତି କୋଉ ନାମକରା ହୋଟେଲର ମେନୁ ଠୁ ଢେର ଆଗରେ।

ପଖାଳ ଓଡ଼ିଆ ମାନଙ୍କର ଗର୍ବ ଐତିହ୍ୟ ଓ ଅମୃତ ସଦୃଶ । କାହିଁକି ନା ଏ ଜାତିର ଶ୍ରେଷ୍ଠ ଦେବତା ଜଗତର ନାଥ ଜଗନ୍ନାଥଙ୍କର ଭାରି ପ୍ରିୟ ପଖାଳ ଓ ସେଥିରୁ ବାହାରିଥିବା ଟଙ୍କ ତୋରାଣି ।
ସେଇଥିପାଇଁ ଖଟିଖିଆର ଭାତହାଣ୍ଡି ଠାରୁ ଆରମ୍ଭ କରି ପଞ୍ଚତାରକା ହୋଟଲେ ସବୁଠି ପଖାଳର ଚାହିଦା । ବିଭିନ୍ନ ଖାଦ୍ୟ ମଧ୍ୟରୁ ଓଡ଼ିଆଙ୍କ ମଧ୍ୟରେ ପଖାଳର ସ୍ଥାନ ସ୍ୱତନ୍ତ୍ର। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇ ଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ଭାବେ ପାଳନ କରାଯାଏ।

ବର୍ତ୍ତମାନର ଅତ୍ୟାଧୁନିକ ଖାଦ୍ୟ ମଧ୍ୟରେ ପଖାଳ ତା’ର ସତ୍ତା କି ମହକ ହରାଇ ନାହିଁ। ସାଧାରଣତଃ ଖରାଦିନେ ଲୋକମାନେ ଦହି ପଖାଳ ଖାଇବାକୁ ଭଲ ପାଆନ୍ତି। ଏବେ ଛୋଟବଡ଼ ହୋଟେଲ ଓ ରେସ୍ତୋରାଁ ଗୁଡ଼ିକରେ ବିଭିନ୍ନ ପ୍ରକାରର ପଖାଳ ଯଥା ଦହି ପଖାଳ, ଜୀରା ପଖାଳ, ବାସି ପଖାଳ, ସଜ୍ଜ ପଖାଳ ପ୍ରଭୁତି ପସ୍ତୁତ କରାଯାଉଛି। ଓଡ଼ିଆ ତଥା ଓଡିଶା ବାହାର ର ପର୍ୟ୍ୟଟକଙ୍କ ମନ ମଧ୍ୟ ମହୁଛି ଏ ପଖାଳ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ