Masthead

୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ମାର୍ଗଶୀର ଶୁକ୍ଳ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା