Masthead

ସବୁଠି କୃଷ୍ଣ କୃଷ୍ଣ, ଆଜି ଶ୍ରୀକୃଷ୍ଣ ଜନ୍ମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ। ଆଜି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ହିନ୍ଦୁ ସଂସ୍କୃତିରେ ଏହି ପବିତ୍ର ଦିନର ବେଶ୍‌ ମହତ୍ତ୍ୱ ରହିଛି।

ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରପଲ୍ଲୀ। ସବୁଠି ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ। ସାରା ଭାରତ ନୁହେଁ ବରଂ ସାରା ବିଶ୍ୱରେ ବେଶ ଧୁମଧାମରେ ପାଳିତ ହେଉଛି ଏହି ପର୍ବ। ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବା ପାଇଁ ଏହି ଦିନ ଲୋକେ ଭଜନ କୀର୍ତ୍ତନ କରିଥାନ୍ତି। କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । ପରେ କଂଶର ଭୟରେ ଢୁ ଢୁ ବର୍ଷା ରାତିରେ ପିତା ବାସୁଦେବ ଉଛୁଳା ଯମୁନା ନଦୀ ମଧ୍ୟରେ ଶ୍ରୀକୃଷ୍ଣଙ୍କୁ ଗୋପପୁରକୁ ନେଇଥିଲେ ।

ସେଠୁ ବିଜୁଳି କନ୍ୟାକୁ ସାଙ୍ଗରେ ନେଇ ଆସିଥିଲେ । ଗୋପପୁରରେ ନନ୍ଦ ରାଜାଙ୍କ ପୁଅ ଭାବେ ପାଳିତ ହୋଇଥିଲେ ଶ୍ରୀକୃଷ୍ଣ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ । ଗାଁଠୁ ସହର ସବୁଠି ଏହି ଦିନ ଉତ୍ସବମୂଖର ହୋଇଉଠେ ।

ଶ୍ରୀମନ୍ଦିରରେ ବିଶେଷ ଭାବେ ଏହି ଜନ୍ମୋତ୍ସବ ପାଳିତ ହୋଇଥାଏ । ସ୍ୱତନ୍ତ୍ର ରୀତିନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଦୁଇ ଘଣ୍ଟା ପାଇଁ ଗୁପ୍ତ ନୀତି ସମୟରେ ଜୟ ବିଜୟ ଦ୍ବାର ବନ୍ଦ ରହିବ । ପଞ୍ଚାକ୍ଷର ମନ୍ତ୍ର ପାଠ ସହିତ ମହାପ୍ରଭୁଙ୍କୁ ପିଠା ଆଦି ପ୍ରସାଦ ଲାଗି କରାଯିବ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ। ସେବାୟତ ମାନେ ଏହି ନୀତିକାନ୍ତିରେ ରହିଥାଏ ଅନେକ ଭୂମିକା । ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଠାରୁ କଂସ ବଦ୍ଧ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ