Masthead

ଆଜି କଳାହାଣ୍ଡି ଗଡ଼ଜାତରେ ନୂଆଁଖାଇ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଆଜି କଳାହାଣ୍ଡିର ଇଷ୍ଟଦେବୀ ମାଁ ମାଣିକେଶ୍ବରୀଙ୍କ ନିକଟରେ ଲାଗିବ ନବାନ୍ନ । ଭବାନିପାଟଣା ସହ ଗଡଜାତ ଅଞ୍ଚଳରେ ଖାଇବେ ନୂଆ । କଳାହାଣ୍ଡି ଜିଲ୍ଲାର ଗଡଜାତ ଅଞ୍ଚଳରେ ଆଜି ପାଳନ ହେଉଛି ଗଣପର୍ବ ନୂଆଁଖାଇ । କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର ହୋଇଛି । ମା’ଙ୍କ ନିକଟରେ ନବାନ୍ନ ଲାଗି ପରେ ଗଡଜାତ ଅଞ୍ଚଳ ଲାଞ୍ଜିଗଡ, ଜୟପାଟଣା, ମଦନପୁର, ରାମପୁର, ଥୁଆମୂଳ ରାମପୁରରେ ପାଳିତ ହେବ ନୂଆଁଖାଇ ପର୍ବ ।

ସକାଳ ୮ ଘଟିକାରୁ ୯ ଘଟିକା ମଧ୍ୟରେ ବିଧି ବିଧାନ ଅନୁଯାୟୀ କଳାହାଣ୍ଡିର ଇଷ୍ଟ ଦେବୀ ମା’ ମାଣିକେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହୋଇଛି । ସକାଳ ୯ଟାରେ ସର୍ବସାଧାରଣ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲା ରହିଛି ।୧୦ଟା ୩୬ ମିନିଟରୁ ୧୨ଟା ୪୪ ମଧ୍ୟରେ ସର୍ବସାଧାରଣ ନିଜ ନିଜ ଘରେ ନବାନ୍ନ ଭକ୍ଷଣ ଲାଗି ଲଗ୍ନ ଧାର୍ୟ୍ୟ ହୋଇଛି । ଲଗ୍ନ ଘୋଷଣା ପରେ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର ଗଡଜାତ ଅଞ୍ଚଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ