Masthead

ଆଜି କଳାହାଣ୍ଡି ଗଡ଼ଜାତରେ ନୂଆଁଖାଇ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଆଜି କଳାହାଣ୍ଡିର ଇଷ୍ଟଦେବୀ ମାଁ ମାଣିକେଶ୍ବରୀଙ୍କ ନିକଟରେ ଲାଗିବ ନବାନ୍ନ । ଭବାନିପାଟଣା ସହ ଗଡଜାତ ଅଞ୍ଚଳରେ ଖାଇବେ ନୂଆ । କଳାହାଣ୍ଡି ଜିଲ୍ଲାର ଗଡଜାତ ଅଞ୍ଚଳରେ ଆଜି ପାଳନ ହେଉଛି ଗଣପର୍ବ ନୂଆଁଖାଇ । କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର ହୋଇଛି । ମା’ଙ୍କ ନିକଟରେ ନବାନ୍ନ ଲାଗି ପରେ ଗଡଜାତ ଅଞ୍ଚଳ ଲାଞ୍ଜିଗଡ, ଜୟପାଟଣା, ମଦନପୁର, ରାମପୁର, ଥୁଆମୂଳ ରାମପୁରରେ ପାଳିତ ହେବ ନୂଆଁଖାଇ ପର୍ବ ।

ସକାଳ ୮ ଘଟିକାରୁ ୯ ଘଟିକା ମଧ୍ୟରେ ବିଧି ବିଧାନ ଅନୁଯାୟୀ କଳାହାଣ୍ଡିର ଇଷ୍ଟ ଦେବୀ ମା’ ମାଣିକେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହୋଇଛି । ସକାଳ ୯ଟାରେ ସର୍ବସାଧାରଣ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲା ରହିଛି ।୧୦ଟା ୩୬ ମିନିଟରୁ ୧୨ଟା ୪୪ ମଧ୍ୟରେ ସର୍ବସାଧାରଣ ନିଜ ନିଜ ଘରେ ନବାନ୍ନ ଭକ୍ଷଣ ଲାଗି ଲଗ୍ନ ଧାର୍ୟ୍ୟ ହୋଇଛି । ଲଗ୍ନ ଘୋଷଣା ପରେ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର ଗଡଜାତ ଅଞ୍ଚଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ