Masthead

ଆଜି ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

ପୁରୀ(ବଡ଼ ଖବର ବ୍ୟୁରୋ): ଶେଷ ହେଲା ରଥଯାତ୍ରା । ଭାଇ ଭଉଣୀଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଅଛନ୍ତି ମହାପ୍ରଭୁ । ଗୁରୁବାର ଅଧରପଣା ନୀତି ଶେଷ ହୋଇଥିବା ବେଳେ ଶୁକ୍ରବାର ନୀଳାଦ୍ରି ବିଜେ ନୀତି ହେବ । । ଶ୍ରୀଜିଉଙ୍କ ୧୨ ଦିନର ଏହି ଲୀଳାଖେଳା ଶେଷ ପରେ ଚତୁର୍ଦ୍ଧାବିଗ୍ରହ ନୀଳାଦ୍ରି ବିଜେ କରିବେ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ଗୁରୁବାର ବିଳମ୍ୱିତ ରାତିରେ ନୀତି ଶେଷ ପରେ ଶୁକ୍ରବାର ନୀତି ଆରମ୍ଭ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ସ୍ଥିର କରିଛି। ନୀତି ନିର୍ଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର୍‌ ୪ଟାରେ ତିନି ରଥରେ ମଙ୍ଗଳ ଆଳତି, ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ବେଶ ଶେଷ ହୋଇଛି। ସାଢ଼େ ୬ଟାରେ ଗୋପାଳବଲ୍ଲଭ, ୭ଟାରୁ ୮ଟା ସକାଳଧୂପ, ସାଢ଼େ ୮ଟାରେ ମଇଲମ, ସାଢ଼େ ୯ଟାରେ ଯାତ୍ରାଙ୍ଗୀ ମହାସ୍ନାନ ଓ ସର୍ବାଙ୍ଗ, ପୂର୍ବାହ୍ଣ ୧୦ଟାରେ ବେଶ ଶେଷ, ସାଢ଼େ ୧୦ଟାରୁ ସାଢ଼େ ୧୧ଟା ମଧ୍ୟାହ୍ନ ଧୂପ, ପୂର୍ବାହ୍ଣ ୧୧ଟା ୪୫ରୁ ୧୨ଟା ଭିତରେ ମଇଲମ ଓ ବେଶ, ୧୨ଟା ୧୫ରେ ସନ୍ଧ୍ୟା ଆଳତି, ଅପରାହ୍ଣ ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ସନ୍ଧ୍ୟା ଧୂପ ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନି ରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ