Masthead

ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତିଙ୍କ ଆଜି ତୃତୀୟ ଦିନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭଞ୍ଜନଗରରେ ଥିବା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଗସ୍ତ କରିବେ । ବ୍ରହ୍ମପୁରର ରଙ୍ଗେଇଲୁଣ୍ଡା ହେଲିପ୍ୟାଡରେ ସକାଳ ପ୍ରାୟ ୧୦ଟା ୧୫ରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଅବତରଣ କରିବ । ସେଠାରୁ କଡ଼ା ସୁରକ୍ଷା ଭିତରେ ରାବିଙ୍ଗ ରୁମରେ ପହଞ୍ଚିବା ପରେ ସଭାସ୍ଥଳକୁ ଯିବେ ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତନ ଉତ୍ସବରେ ପ୍ରାୟ ୫୦ ମିନିଟର କାର୍ଯ୍ୟକ୍ରମ ହେବ ।

ଏ ଅବସରର ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ପଦକ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୨ଟାରେ ଭୁବନେଶ୍ୱର ଫେରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି। ଅପରାହ୍ନରେ କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସାମିଲ ହୋଇ ପୁଣି ରାଜଭବନ ଫେରି ସେଠାରେ ରାତ୍ରି ଯାପନ କରିବେ ଦ୍ରୌପଦୀ ମୁର୍ମୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ