ପୁଣି ଏକ ପଶ୍ଚିମା ଝଡ଼, ୧ ଯାଏ ବର୍ଷା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଜି ସୃଷ୍ଟି ହୋଇପାରେ ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ଆସନ୍ତା ୧ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ଆଜି ଓ କାଲି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୩୧ରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ୭୦ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ୩୧ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ୭ ଜିଲ୍ଲାକୁ ଅଧିକ ବର୍ଷା ହୋଇପାରେ ।

୧ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଜି ମଧ୍ୟ ଉପକୂଳ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ଝଡ଼ବର୍ଷାର ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରିଖ ଦିନ ପୂରା ଓଡ଼ିଶାରେ ଝଡ଼ବର୍ଷା ହେବ । ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ହେବା ସହ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ