Masthead

ରଥ ନିର୍ମାଣ ପାଇଁ ଆଜିଠାରୁ ଅନୁକୂଳ ହେବ ରଥକାଠ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ଠାରୁ ରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ ହେବ । ଶ୍ରୀପଞ୍ଚମୀ ଅବସରରେ ଆଜି ଅନୁଷ୍ଠିତ ହେବ ରଥକାଠ ପୂଜା ନୀତି। ଶ୍ରୀନଅର ସମ୍ମୁଖ ରଥଖଳାକୁ ରଥକାଠ ଆଗମନ ହେବ । ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ତିନି ରଥ ପାଇଁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୁଷ୍ପମାଲ୍ୟ ଦେଇ କରାଯିବ ପୂଜାର୍ଚ୍ଚନା । ଅପରାହ୍ନରେ ରୀତିନୀତି ସମ୍ପନ୍ନ ହେବ । ରାଜନଅର ପକ୍ଷରୁ ଶୌତ୍ରିୟ ବ୍ରାହ୍ମଣ ଏହି ପୂଜାର୍ଚ୍ଚନା କରିବେ ।

ରାଜପୁରୋହିତ, ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠ ଉପରେ ପଞ୍ଚାମୃତ ସିଞ୍ଚନ କରି ଦିପ, ଧୂପ ନୈବେଦ୍ୟ ଦେଇ ପୂଜାର୍ଚ୍ଚନା କରାଯିବ। ସେହିପରି ରଥ ଖଳାକୁ ପରିଷ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯିବ। ଶ୍ରୋତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଏହି ଅବସରରେ ଶ୍ରୀଫଳ ବାଡେଇ ଏହାକୁ ପୂଜାର୍ଚ୍ଚନା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ