Masthead

ଆଜି ମହାପ୍ରଭୁଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅଶୋକାଷ୍ଟମୀ । ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଅଶୋକାଷ୍ଟମୀ ତିଥିରେ ପ୍ରଭୁ ଶ୍ରୀଲିଙ୍ଗରାଜ ଭଉଣୀ ରୁକ୍ମିଣୀଙ୍କୁ ରଥରେ ନେଇ ରାମନବମୀ ଯାତ୍ରା ବୁଲିବାକୁ ଯିବେ। ଦ୍ୱାଦଶୀ ଅର୍ଥାତ୍ ରବିବାର ଦିନ ମାଉସୀ ମା’ ଘରୁ ବାହୁଡିବେ । ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ନୀତି ଅନୁସାରେ ଦିନ୧୨ଟାରେ ମଙ୍ଗଳ ଆଳତି, ୨ଟା ରେ ଭୋଗ ଲାଗି ଓ ପହଣ୍ଡି ପରେ ୩ଟା ସମୟରେ ହେବ ରଥଟଣା । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଠାକୁର ରାମେଶ୍ୱର ମନ୍ଦିରକୁ ୭ଟା ୩୦ରେ ବିଜେ କରିବେ । ଅଶୋକାକୁଣ୍ଡ ପାଣିରେ ସ୍ନାନ କଲାପରେ ୧୪ଟି ଅଶୋକ କଢି ଲାଗି କରାଯିବ । ଏହା ପରେ ଭେଟ ଆଳତି ନୀତିରେ ମହାପ୍ରଭୁ ରାମେଶ୍ୱରଙ୍କୁ ସାକ୍ଷାତ କରିବେ । ପୋଲିସ, ବିଏମସି, ମନ୍ଦିର ପ୍ରଶାସନ ଓ ବିଭିନ୍ନ ସେବାୟତ ନିଯୋଗଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରାଯାଇଛି । ପ୍ରଚଣ୍ଡ ଖରା ଯୋଗୁଁ ପାନୀୟ ଜଳ ଯୋଗାଣ, ରାସ୍ତାଘାଟ, ବିଦ୍ୟୁତ, ପରିମଳ ଆଦି ଦାୟିତ୍ୱ ବିଏମସି ନେଇଛି । ସୁରକ୍ଷା ଦାୟିତ୍ବରେ ୧୨ ପ୍ଲାଟୁନ ପୋଲିସ ଫୋର୍ସ ଓ ବରିଷ୍ଠ ଅଧିକାରୀ ନିୟୋଜିତ ହୋଇଛନ୍ତି ।

ଏହା ସହ ଟ୍ରାଫିକ ବ୍ୟବସ୍ଥାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ରଥଟଣା ବେଳେ ପରମ୍ପରା ଆଳରେ ଡାଉକ ଦ୍ୱାରା ବୋଲାଯାଉଥିବା ଅଶ୍ଳୀଳ ଭାଷାକୁ ବନ୍ଦ କରିବାକୁ ପୋଲିସ ପକ୍ଷରୁ ନିବେଦନ କରାଯାଇଛି । ୫ଦିନ ଧରି ଆୟୋଜିତ ଯାତ୍ରାରେ ରଥ ଲିଙ୍ଗରାଜ ମନ୍ଦିର ନିକଟରୁ ବାହାରି ମାଉସୀ ମାଆ ଛକରେ ଥିବା ରାମେଶ୍ବର ମନ୍ଦିର ନିକଟକୁ ଯାଇଥାଏ । ଏହି ୫ଦିନ ସନ୍ଧ୍ୟାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ