Masthead

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପ୍ରଳମ୍ବାସୁର ବଧ ବେଶ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣ ଦ୍ୱାଦଶୀ ତିଥି । ଆଜିର ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ ।

ପ୍ରାୟ ୪ଫୁଟ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନସ୍ଥ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଏବଂ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବାଯାଏଁ ରହିଥାଏ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା