Before Header

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପ୍ରଳମ୍ବାସୁର ବଧ ବେଶ

0 11

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣ ଦ୍ୱାଦଶୀ ତିଥି । ଆଜିର ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ ।

ପ୍ରାୟ ୪ଫୁଟ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନସ୍ଥ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଏବଂ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବାଯାଏଁ ରହିଥାଏ ।

 

Leave A Reply

Your email address will not be published.