Masthead

ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମସ୍ତକରୁ ସୋଲ ଚିତା କଢ଼ାଯାଇ ଠାକୁରଙ୍କୁ ରତ୍ନ ଚିତା ଲାଗି କରାଯିବ । ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଠାକୁରଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରଥମ ଭୋଗମଣ୍ଡପ ଶେଷ ପରେ ଠାକୁରଙ୍କ ଏହି ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦେବସ୍ନାନ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ସୁବର୍ଣ୍ଣ ଚିତା ଓଲାଗି ହୋଇଥିଲା। ଆଜି ସୂର୍ଯ୍ୟ ପରାଗ ପଡୁଛି। ହେଲେ ଏହା ବିଦେଶରେ ଦୃଶ୍ୟମାନ ହେବ। ଭାରତରେ ଏହା ଅନୁଭୂତ ହେଉନଥିବାରୁ ଭାରତରେ ଏହାକୁ ପାଳନ କରାଯିବ ନାହିଁ। ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ତିନିବାଡ଼ର ବାଡ଼ଗ୍ରାହୀ ଓ ଦଇତାପତି ଏହି ଅଳଙ୍କାର ଶ୍ରୀଅଙ୍ଗରେ ଲାଗି କରିବେ । ଶୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ସ୍ୱର୍ଣ୍ଣ ଓଷ ପ୍ରସ୍ତୁତ କରିବେ । ବାଡ଼ଗ୍ରାହୀମାନେ ଶୁଦ୍ଧସୁଆର ଦେଇଥିବା ଓଷ ଚିତାରେ ଲାଗି କରାଇବେ । ପାଟରା ଦେଇଥିବା ପାଟଡୋର ଫିତାରେ ବାନ୍ଧି ଶ୍ରୀମସ୍ତକରେ ଚିତା ଲାଗି ହେବ । ଚିତା ଲାଗିର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ବଣିଆ ସେବକଙ୍କୁ ଶ୍ରୀମନ୍ଦିର କମାଣ୍ଡରଙ୍କ ନିର୍ଦ୍ଦେଶ କ୍ରମେ ଚର୍ଚ୍ଚା ଡାକିଯିବେ । ବଣିଆ ସେବକମାନେ ଲାଗି ପୂର୍ବରୁ ଚିତା ମାନ ସଫା କରିବାକୁ ଆବଶ୍ୟକ ସାମଗ୍ରୀ ଧରି ଶ୍ରୀମନ୍ଦିରରେ ପହଞ୍ଚିବେ । କମାଣ୍ଡର ଓ ବରିଷ୍ଠ ସେବକଙ୍କ ଉପସ୍ଥିତିରେ ଚିତା ସଫେଇ କରାଯିବ । ମାଜଣା ମଣ୍ଡପରେ ଏହି ଦେବ କାର୍ଯ୍ୟ ଅନୁଷ୍ଠିତ ହେବ । ଗୋପାଳବଲ୍ଲଭ ନୀତି ପରକୁ ଏହି କାର୍ଯ୍ୟ ହେବ । ସଫା ଚିତାକୁ ଭଣ୍ଡାରୂ ମେକାପକୁ ଅର୍ପଣ କରାଯିବ । ପ୍ରମୋଦ କୁମାର ମହାପାତ୍ର, ରଘୁନାଥ ମହାପାତ୍ର ଓ ବିଭୂ ପ୍ରସାଦ ମହାପାତ୍ର ଆଦି ଠାକୁରଙ୍କ ବଣିଆ ସେବକମାନେ ଚିତା ସଫା କରିବେ ବୋଲି ସୂଚନା ରହିଛି ।

ସେହିପରି ଆସନ୍ତାକାଲି ଗୁରୁବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ସମୟରେ ଭକ୍ତମାନଙ୍କ ପାଇଁ ଦର୍ଶନ କଟକଣା ରହିବ । ଅପରାହ୍ଣରୁ ସନ୍ଧ୍ୟା ପର୍ଯ୍ୟନ୍ତ ୩ରୁ ୪ ଘଣ୍ଟା ପ୍ରାୟ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଅନୁମାନ କରାଯାଉଛି ।  ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଶ୍ରୀମୁଖ ସିଂହାର ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ଓ ଦର୍ଶନ କଟକଣାର ଅସଲ ସମୟ ଧାର୍ଯ୍ୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ