Masthead

ଆଜି ଅନୁଷ୍ଠିତ ହୋଇପାରେ ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀଜିଉଙ୍କ ବନକଲାଗି ନୀତିକୁ ନେଇ ଦିନକୁ ଦିନ ବଢିବାରେ ଲାଗିଛି ବିବାଦ । ଆଜି ବନକଲାଗି ନୀତି ସମ୍ପାଦନ କରିବାକୁ ଶ୍ରୀମନ୍ଦିର ଦତ୍ତମହାପାତ୍ର ନିଯୋଗକୁ କଡା ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ ।

ଏନେଇ ଦତ୍ତ ମହାପାତ୍ର ନିଯୋଗ ସହ ଆଲୋଚନା କରିଛନ୍ତି ଜିଳ୍ଲାପାଳ । ନୀତିରେ ବ୍ୟତିକ୍ରମ ହେଲେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ୨୦୧୮ ରୁ ପ୍ରତି ବୁଧବାର ବନକଲାଗି କରାଯିବାପାଇଁ ପରିଚାଳନା କମିଟି ନିଷ୍ପତ୍ତି ନେଇଥିଲା ।

କିନ୍ତୁ ନୀଳାଦ୍ରୀ ବିଜେର ୨୫ ଦିନ ପରେ ବି ବନକଲାଗି ନୀତି ହୋଇପାରି ନାହିଁ । ଗତ ବୁଧବାର ନୀତି ସଂପାଦନ ନ କରିଥିବାରୁ ଦତ୍ତମହାପାତ୍ର ନିଯୋଗକୁୁ ନୋଟିସ ଜାରି ହୋଇଥିଲା । କିନ୍ତୁ ଜବାବରେ ଉତ୍ତର ସନ୍ତୋଷ ଜନକ ନଥିଲା ।

ଏଥି ନିମନ୍ତେ ପୁଣି ଥରେ ଆଜି ବନକଲାଗି ନୀତି କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ରେକର୍ଡ ଅଫ ରାଇଟସ୍ ଆଧାରରେ ଗୁରୁବାର ବନକଲାଗି ନୀତି କରିବାକୁ ଜିଦରେ ଅଡି ବସିଛନ୍ତି ଦତ୍ତମହାପାତ୍ର ସେବାୟତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି