Masthead

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ । ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ୨ ପର୍ଯ୍ୟାୟ ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି । ଆସନ୍ତା ୧୭ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ । ୨୯ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତି ଅଭିଭାଷଣ ରଖିବେ।

ମୋହନ ସରକାରଙ୍କ ଏହି ଦ୍ବିତୀୟ ବଜେଟରେ ବିରୋଧୀ ବାରବାଟି ଲାଇଟ ବନ୍ଦ ପ୍ରସଙ୍ଗ ଉଠାଇପାରନ୍ତି। ଏଥର ବଜେଟରେ ସରକାର କ’ଣ ନୂଆ ଘୋଷଣା କରିବେ ତାହା ଉପରେ ସମସ୍ତଙ୍କର ନଜର ରହିଛି। ତେବେ ବଜେଟ ଅଧିବେଶନ ପାଇଁ ଗତକାଲି ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପମୁଖ୍ୟମନ୍ତ୍ରୀ କନନ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ ପ୍ରମୁଖ ଉପସ୍ଥିତ ଥିଲେ।

ଗୃହ କାର୍ଯ୍ୟରେ ସମସ୍ତଙ୍କୁ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ବାଚସ୍ପତି। ବିଧାନସଭା ଅଧିବେଶନ ପୂର୍ବରୁ ବସିଛି ବିଜେପି , ବିଜେଡି ଓ କଂଗ୍ରେସ ବିଧାୟକ ଦଳର ବୈଠକ । ରାଜ୍ୟ ସରକାରଙ୍କୁ ଘେରିବାକୁ ଗତକାଲି ରଣନୀତି ପ୍ରସ୍ତୁତ କରିଛନ୍ତି ବିଜେଡି ଓ କଂଗ୍ରେସ । ଧାନ କିଣାରେ କଟନୀଛଟନୀ, ରେଳ ଅନୁଦାନ କ୍ଷେତ୍ରରେ ଓଡିଶାକୁ ଅବହେଳା, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ନାରୀ ନିର୍ୟାତନା ପ୍ରସଙ୍ଗ ଉଠାଇବ ବିଜେଡି । କଂଗ୍ରେସ ବି ରଣନୀତି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି