ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ । ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ୨ ପର୍ଯ୍ୟାୟ ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି । ଆସନ୍ତା ୧୭ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ । ୨୯ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତି ଅଭିଭାଷଣ ରଖିବେ।

ମୋହନ ସରକାରଙ୍କ ଏହି ଦ୍ବିତୀୟ ବଜେଟରେ ବିରୋଧୀ ବାରବାଟି ଲାଇଟ ବନ୍ଦ ପ୍ରସଙ୍ଗ ଉଠାଇପାରନ୍ତି। ଏଥର ବଜେଟରେ ସରକାର କ’ଣ ନୂଆ ଘୋଷଣା କରିବେ ତାହା ଉପରେ ସମସ୍ତଙ୍କର ନଜର ରହିଛି। ତେବେ ବଜେଟ ଅଧିବେଶନ ପାଇଁ ଗତକାଲି ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପମୁଖ୍ୟମନ୍ତ୍ରୀ କନନ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ ପ୍ରମୁଖ ଉପସ୍ଥିତ ଥିଲେ।

ଗୃହ କାର୍ଯ୍ୟରେ ସମସ୍ତଙ୍କୁ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ବାଚସ୍ପତି। ବିଧାନସଭା ଅଧିବେଶନ ପୂର୍ବରୁ ବସିଛି ବିଜେପି , ବିଜେଡି ଓ କଂଗ୍ରେସ ବିଧାୟକ ଦଳର ବୈଠକ । ରାଜ୍ୟ ସରକାରଙ୍କୁ ଘେରିବାକୁ ଗତକାଲି ରଣନୀତି ପ୍ରସ୍ତୁତ କରିଛନ୍ତି ବିଜେଡି ଓ କଂଗ୍ରେସ । ଧାନ କିଣାରେ କଟନୀଛଟନୀ, ରେଳ ଅନୁଦାନ କ୍ଷେତ୍ରରେ ଓଡିଶାକୁ ଅବହେଳା, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ନାରୀ ନିର୍ୟାତନା ପ୍ରସଙ୍ଗ ଉଠାଇବ ବିଜେଡି । କଂଗ୍ରେସ ବି ରଣନୀତି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ