Masthead

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୧୨ ରୁ ଅଧିକ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବସିବ ବୈଠକ । ହେବ ।ଏଥିରେ ପ୍ରାୟ ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ପୋଲି ସୂଚନା ମିଳିଛି । କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୨ରୁ ଅଧିକ ପ୍ରସ୍ତାବ ଆସିପାରେ । ରାଜ୍ୟ ସରକାରଙ୍କ ଫୋକସରେ ରହିଛନ୍ତି ଚାଷୀକୂଳ । କୃଷକଙ୍କୁ କିଭଳି ଅଧିକ ସଶକ୍ତ କରାଯିବ ସେନେଇ ବିଭାଗ ପକ୍ଷରୁ ହେବାକୁ ଥିବା ମିଶନକୁ ପୂରଣ କରିବାକୁ ୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିପାରେ । ଏହାସହ ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ବରାନ୍ବିତ କରିବା ଲାଗି ଜଳସମ୍ପଦ ବିଭାଗ ପକ୍ଷରୁ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଅଣାଯିବ । ସେହିପରି, ଆଇଟି, ଗଣଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତାବ ଆସିବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି