Masthead

ହରିହର ବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର । ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ସେପଟେ ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ହରିହର ବେଶ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ । କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହୋଇଥିଏ । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ପଡ଼ିଛି ।

ତେଣୁ ଶ୍ରୀମନ୍ଦିର ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହେବ । କିନ୍ତୁ ମହାପ୍ରଭୁ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ବସ୍ତ୍ରରେ ଦର୍ଶନ ଦେବା ସହ ବିଭିନ୍ନ ପ୍ରକାରର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ